ଆନ୍ଧ୍ରରେ ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୪ ଓଡ଼ିଆ ମୃତ

ଆନ୍ଧ୍ରପ୍ରଦେଶ ଚିତ୍ତୁର ଜିଲ୍ଲାରେ ତାଭନମପାଲେ ମଣ୍ଡଳରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପୁଥଲପାଟୁ- ନାଇଡୁପେଟା ଜାତୀୟ ରାଜପଥରେ ତେଲ ଟ୍ୟାଙ୍କର ଓ ଏକ ଆମ୍ବୁଲାନ୍ସ ମଧ୍ୟରେ ଧକ୍କା ହୋଇଛି। ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ୪ ଜଣ ଓଡିଶାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଆମ୍ବୁଲାନ୍ସରେ ରୋଗୀ ଧରି ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲ ଯିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।