ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ, ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ । କାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କାଲି ସଂଧ୍ୟାରେ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିପାରେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କାଲି ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ତେବେ ଆସନ୍ତାକାଲି ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ । ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକରେ କି ନିଷ୍ପତ୍ତି ନିଆଯିବ ତା ଉପରେ ନଜର ରହିଛି । ତେବେ ଏହି ବୈଠକର କିଛି ପ୍ରମୁଖ ବିଷୟ ଉପରେ ମୋହର ବାଜିପାରେ ।

ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ଥ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ସେପ୍ଟେମ୍ବର ୨୨ ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ସେଥିପାଇଁ ୧୮ରେ ନାମାଙ୍କନ ଦାଖଲ ହେବ । ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ଆସନ୍ତା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।