ଦାବି ଶୁଣୁ ନାହାନ୍ତି ସରକାର: ଆଜିଠୁ ସମୂହ ଛୁଟିରେ ଯିବେ ରାଜ୍ୟର ୧ଲକ୍ଷ ୩୦ହଜାର ଶିକ୍ଷକ ଶିକ୍ଷୟିତ୍ରୀ

ଆଜିଠୁ ସମୂହ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ । ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ଯିବେ ବୋଲି ଚରମ ନିଷ୍ପତ୍ତି ନେଇଛନ୍ତି । ଦିନକୁ ଦିନ ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ । ଆଜିଠୁ ସମୂହ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ । ଦାବି ପୂରଣ ନ ହେଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି କୁହାଯାଇଛି । ସାରା ରାଜ୍ୟରୁ ୧ ଲକ୍ଷ ୩୦ ହଜାର ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତେବେ ଏହି ଆନ୍ଦୋଳନ ପରେ ରାଜ୍ୟରେ ଶିକ୍ଷା ଏକ ପ୍ରକାରର ଠପ୍ ହୋଇଯିବ । ୩ ଦଫା ଦାବି ପୂରଣ ପାଇଁ ଦୀର୍ଘ ଦିନ ହେବ ଆନ୍ଦୋଳନ ଜାରି ରଖିଛି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ।

ଠିକା ଅବଧିକୁ ୬ ବର୍ଷ ଏବଂ ଶିକ୍ଷାକର୍ମୀ ୪ ବର୍ଷ ସମୟକୁ ଚାକିରିରେ ଗଣନା କରି ନ୍ୟାସନାଲ ଓ ଇକ୍ରିମେଣ୍ଟ ପ୍ରଦାନ କରିବା, ଏକ୍ସକ୍ୟାଡ଼ର ଶିକ୍ଷକଙ୍କୁ ଏଲିମେଣ୍ଟାରୀ କ୍ୟାଡ଼ର ଭୁକ୍ତ କରିବା, କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଆନ୍ଦୋଳନ ହୋଇଛି । ଯୁକ୍ତଦୁଇ ଯୋଗ୍ୟତା ଆଧାରରେ ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ ସହ ପୁରୁଣା ପେନସନ ପୁନଃ ପ୍ରଚଳନ ନିମନ୍ତେ ଦାବି ହୋଇଛି । ସରକାର ବାରମ୍ବାର ବାରମ୍ବାର ପ୍ରତିଶ୍ରୁତି ଦେଇ ମଧ୍ୟ ପୂରଣ କରୁ ନାହାନ୍ତି । ତେଣୁ ଆନ୍ଦୋଳନ ତୀବ୍ରତର ହୋଇଛି । ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି । ତେବେ ଆଗକୁ କଣ ହେଇଛି ତାହା ଦେଖିବାକୁ ବାକି ରହିଲା ।