ପ୍ରକାଶ ପାଇଲା +2 କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କାଳରେ ପାସ ହାର ୭୮.୮୮ ପ୍ରତିଶତ ରହିଥିବା ବେଳେ ପାସ କରିଛନ୍ତି ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ | ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ।