ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାରୁ ଆସନ୍ତା 12 ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଝିପିଝିପି ବର୍ଷାରେ ଭିଜିବ ଟ୍ୱିନସିଟି । ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ରେଡ୍ ଆଲର୍ଟ ଏବଂ ୧୫ ଯାଏ ଭିଜିବ ସାରା ଓଡ଼ିଶା । ଆଜି କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିସ୍ତୃତ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାଖାପାଖି ୭୦ରୁ ୨୦୦ ମିମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନା ଅନୁସାରେ , ଆସନ୍ତା 12 ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ବର୍ଷ ହେବା ଫଳରେ କୃତ୍ରିମ ବନ୍ୟା ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବା, ଭୂସ୍ଖଳନ, ମାଟି ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା, ନଦୀର ଜଳସ୍ତର ବୃଦ୍ଧି ଆଦି ସମସ୍ୟା ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଏଥିସହ ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।