ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ଆଗାମୀ ଦୁଇ ଦିନ ପ୍ରବଳ ବର୍ଷା

ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ତେଣୁ ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆସନ୍ତାକାଲି ଏବଂ ୨୧ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଆଜି ଗଣେଶ ପୂଜାରେ ୧୫ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାର କେତକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସୂଚନା ମୁତାବକ , ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଉତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେଣୁ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାର କେତକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଟକ,ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼. ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର କଳାହାଣ୍ଡି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେଉଥିବାରୁ ୨୦ ଏବଂ ୨୧ ତାରିଖ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପଶ୍ଚିମ ଓଡ଼ିଶା ସମେତ ୧୦ ଟି ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।