ବିଷ ସଫା କରିଦେଲା ପୁରା ପରିବାର, ଭାଇ-ଭଉଣୀ ପରେ ଚିକିତ୍ସାଧୀନ ଅବସ୍ଥାରେ ମାଆଙ୍କର ମୃତ୍ୟୁ

ବରଗଡ଼: ବାପା ପରେ ପରେ ଚାଲିଗଲା ସାରା ପରିବାର । ଗୋଟିଏ ପରିବାରର ତିନି ଜଣ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ମା ସମେତ ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲା ସୋହେଲାରୁ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଗୋଟିଏ ପରିବାରର ତିନି ଜଣ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଅବସ୍ଥାରେ ପ୍ରଥମେ ଭାଇଭଉଣୀଙ୍କ ମୃତ୍ୟୁ ହୋଇଥିଲା । ଏହା ପରେ ପରେ ଚିକିତ୍ସାଧିନ ଅବସ୍ଥାରେ ଆଜି ମା’ଙ୍କର ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ, ବିଷ ପିଇ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହି ସମୟରେ ଲୋକ ଚିତ୍କାର ଶୁଣି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅଭିଯୋଗ ଅନୁସାରେ 4ଦିନ ତଳେ ଅର୍ଜୁନ ସାହୁଙ୍କର ଅକାଳ ମୃତ୍ୟୁ ହୋଇଥିଲା । ପରେ ପୁଅ ଓ ଝିଅଙ୍କ ସହିତ ମାଆ ମାନସିକ ଅବସାଦରେ ରହୁଥିଲେ । ମାନସିକ ଅବସାଦରୁ ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ, ମାଷ୍ଟର୍ ପଡାର ସ୍ୱର୍ଗତ ଅର୍ଜୁନ ସାହୁଙ୍କ ସ୍ତ୍ରୀ କୁମୋଦିନୀ ସାହୁ, ପୁଅ ବଂଶୀଧର ସାହୁ ଓ ଝିଅ ସୁବର୍ଣ୍ଣ ମହାଜନ ଘର କବାଟ ବନ୍ଦ କରି ବିଷ ପିଇ ଘରେ ଶୋଇ ପଡ଼ିଥିଲେ । ଆଜି ଦିନ 11 ଟାରେ ସେମାନେ ଏପରି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । କୌଣସି ସୂତ୍ରରୁ ପାଖ ପଡୋଶୀ ଖବର ପାଇବା ପରେ ପୋଲିସକୁ ସୂଚନା ଦେଇଥିଲେ । ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗି ସମସ୍ତଙ୍କୁ ଉଦ୍ଧାର କରି ସୋହେଲା ହସ୍ପିଟାଲରେ ଭର୍ତ୍ତି କରିଥିଲା ।