ଭଦ୍ରକ: ୧୬ ନମ୍ବର ଜାତୀୟ ରାଜପଥ ଛତାବର ନିକଟରେ ଟ୍ରକ ଠିଆ ହୋଇଥିବା ବେଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସ୍କର୍ପିଓ ଗାଡିଟି ଟ୍ରକ ତଳେ ପଶିଯାଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଆଜି ଭୋର ସମୟରେ ବାଲେଶ୍ବର ପଟୁ ଆସୁଥିବା ଏକ ସ୍କର୍ପିଓ ଭଣ୍ଡାରିପୋଖରୀ ତହସିଲ୍ ଅଫିସ ନିକଟରେ ଟ୍ରକ୍ ତଳେ ପଶିଯାଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଥିଲେ। ୪ ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନଥିବା ବେଳେ ଦୁଘଟଣାଗ୍ରସ୍ତ ଗାଡିରେ ୬ ଜଣ ଥିବା ସୂଚନା ମିଳିଛି । ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । ଦୁର୍ଘଟଣାରେ କାରର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।