ରାୟବରେଲି ଆସନରୁ ନାମାଙ୍କନ ଭରିଲେ ରାହୁଲ ଗାନ୍ଧୀ

ମାତା ସୋନିଆ ଗାନ୍ଧୀ ଏବଂ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସହିତ ଯାଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ସହିତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଦଳର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଉପସ୍ଥିତ ଥିଲେ।

କିଛି ଦିନ ଧରି ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର କରି ଦଳ ଆଜି ରାହୁଲ ତାଙ୍କ ମା ସୋନିଆଙ୍କ ନିର୍ବାଚନମଣ୍ଡଳୀ ଥିବା ରାଏବରେଲି ଆସନରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଘୋଷଣା କରିଛନ୍ତି। ୭ଟି ପର୍ଯ୍ୟାୟ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମେ’ ୨୦ ରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଥିବା ଆସନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଶେଷ ତାରିଖ।

Back to top button