ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

 

ଲୁଟିଲେ ଆଉ ନିଆଁ ଲଗେଇଲେ । ବ୍ୟାଙ୍କରୁ ସର୍ବସ୍ୱ ଲୁଟି ନିଆଁ ଲଗାଇଲେ ଦୁର୍ବୃତ୍ତ । ଏହିପରି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ । ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶିଥିଲେ। ପରେ ବ୍ୟାଙ୍କରେ ପଶି ଲୁଟ୍‌ କରି ଲକରରେ ନିଆଁ ଲଗାଇ ଦେଇ ଚମ୍ପଟ ମାରିଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କରୁ ଧୂଆଁ ବାହୁରୁଥିବା ଦେଖି ବ୍ୟାଙ୍କ ଅଧିକାରୀଙ୍କୁ ଜଣାଇଥିଲେ। ଏଥିସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା  ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇପଡ଼ିଛି। ଏହି ଘଟଣାର ଅଧିକା ତଦନ୍ତ କରିବ ସିମୁଳିଆ ପୁଲିସ।

Share this post with your friends

Prev Post Next Post