କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ବେଳେ ମାଆ ଓ ବାପା ସହିତ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନ ଅନୁଯାୟୀ ଗ୍ରାମର ଡାକ୍ତର ମୁଣ୍ଡା , ପତ୍ନୀ ରଶ୍ମିତା ପଣ୍ଡା ଓ ଦୁଇ ଶିଶୁ କନ୍ୟା ଖାଇସାରି ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଆସି ଘରକୁ ଭାଙ୍ଗି ଦେଇଥିଲା। ଘରର କାନ୍ଥରେ ଚାପି ହୋଇ ରହି ଯାଇଥିଲେ ପରିବାରର ସମସ୍ତ ସଦସ୍ୟ । ସ୍ଥାନୀୟ ଲୋକେ ଖବର ପାଇ ସମସ୍ତଙ୍କୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ ସମସ୍ତଙ୍କୁ ଘଟଗାଁ ଡାକ୍ତରଖାନାରେ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତି କରାଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଏକ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଥିଲା।