ଛତ୍ରପୁର ୨୭/୪ ; ଗଞ୍ଜାମ ଜିଲ୍ଲାରେ ବାଲ୍ୟ ବିବାହକୁ ରୋକିବା ନିମନ୍ତେ ଆଜିଠୁ ବୁଲିଲା ସଚେତନତା ରଥ । ଏହି ରଥ ୩ ଦିନ ଧରି ଛତ୍ରପୁର, ବ୍ରହ୍ମପୁର ଓ ଭଞ୍ଜନଗର ଉପଖଣ୍ଡ ଅଂଚଳ ପରିକ୍ରମା କରି ବାଲ୍ୟ ବିବାହ ରୋକିବା ନିମନ୍ତେ ବିଭିନ୍ନ ସଚେତନତା କରାଇବ । ଏନେଇ ଗୁରୁବାର ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲୀନା କୁମାରୀ ଖେସ୍ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶୁଭଶ୍ରୀ ପାତ୍ର, ବାଲ୍ୟ ବିବାହ ର ଜିଲ୍ଲା ସଂଯୋଜକ ଦେବବ୍ରତ ମାହୁନ୍ତ, ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ସୁଶାନ୍ତ କୁମାର ସାହୁଙ୍କ ସମେତ ମିଶନ ଶକ୍ତିର ମା ଓ ସ୍ୱୟଂସିଦ୍ଧା, ବିଭାଗୀୟ କାର୍ଯ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ ।