କାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

ପରବର୍ତ୍ତୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର। ପରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୪ ଦିନ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ଏବଂ ଆସନ୍ତାକାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେଥିରୁ ୫ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ସୂଚନା ମୁତାବକ , ମିଆଁମାର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଏହା ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ। ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । କାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେଥି ମଧ୍ୟରୁ ୫ ଜିଲ୍ଲା ମୟୂରଭଞ୍ଜ,ବାଲେଶ୍ଵର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୩୦ ଓ ଅକ୍ଟୋବର ୧ ତାରିଖରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି। ୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।