ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢିପି ଗ୍ରାମ ପଞ୍ଚାୟତ ଅଧିନରେ ଥିବା ପୋକସୁଙ୍ଗା ଠାରେ ମା ଚମ୍ପେଶ୍ଵରି ଠାକୁରାଣୀ ଙ୍କ ଜନ୍ତାଳ ପର୍ବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ ର ଉଦ୍ଦେଶ୍ୟ ଓ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ଜାକେଡା ସମିତି ସଭ୍ୟା ପ୍ରଭାତୀ ମଳିକ ଙ୍କ ସମେତ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ ।