ଭଞ୍ଜନଗର,15/5; ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା,ଭଂଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 182ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 175ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 7 ଟି ଥିଲା, ଉପଜିଲ୍ଲାପାଳ ଶ୍ରୀ ରାୟ ଏଂବ ଆରକ୍ଷୀ ଅଧିକ୍ଷକ ଶ୍ରୀ ମୀନା ତ୍ୱରିତ 10ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭି ଯୋଗ ସମୟରେ 9ଜଣଙ୍କୁ ବାର୍ଦ୍ଧକ୍ଷ୍ୟ,ବିଧବା ଭତ୍ତା ପ୍ରଦାନ କରିଥିଲେ ଏବଂ ଏହା ସହିତ ଜଣକୁ ରେଡକ୍ରୋଶ ପାଣ୍ଠିରୁ ଦଶହଜାର ଟଙ୍କା ଆର୍ଥିକ ସାହାଯ୍ୟ ଦିଆଯାଇଥିଲା ।
ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ନିର୍ଦେଶ ପ୍ରଦାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ କୁମାର ମଲ୍ଲିକ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ଭଞ୍ଜନଗର ତହସିଲଦାର ଶ୍ରୀ ଅଚ୍ୟତାନନ୍ଦ ଯାନୀ,ବି, ଡ଼ି, ଓ,ଶ୍ରୀ ଶଶିଭୂଷଣ ମହାପାତ୍ର, ଭଞ୍ଜନଗର ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର ,ଭଂଜନଗର ,ଅତିରିକ୍ତ ଯୋଗାଣ ଅଧିକାରୀ ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଶ୍ରୀ ଅନିଲ କୁମାର ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
ରିପୋର୍ଟ- ଜଗନ୍ନାଥ ସାହୁ