ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୮ ତାରିଖ ଦିନ ୧୦ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ  ଷ୍ଟେଟ ଓପନ୍‌ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ । ସୄଚନା ମୁତାବକ, ଏ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ସୁପରିଚାଳନା ପାଇଁ ୩୧୬ଟି ନୋଡାଲ ସେଣ୍ଟର ଓ ୩୨୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ।