ସାଇକେଲ ଚଢି କାମ କରିବେ ମିଶନଶକ୍ତି ଗୋଷ୍ଠୀ:ସ୍ୱଚ୍ଛ କର୍ମୀଙ୍କ ଠାରୁ ଜଳ ସାଥୀ ପର୍ଯ୍ୟନ୍ତ ସମସ୍ତଙ୍କୁ ବଣ୍ଟାଗଲା ସାଇକେଲ, ଖୁସି ଜାହିର କଲେ ମା ମାନେ
ଛତ୍ରପୁର,2/3: ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି l ଏହି କ୍ରମେ ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର ଏନଏସି ପକ୍ଷରୁ ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରାଯାଇଛି l ଭିସି ମାଧ୍ୟମ ରେ ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ କୁ ଦେଖିବା ପରେ ଛତ୍ରପୁର ଏନଏସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ କୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜିଲ୍ଲା ନଗର ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ନୀଳ ମାଧବ ଭୋଇ, ଛତ୍ରପୁର ଏନଏସି ଅଧ୍ୟକ୍ଷା ଶମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି. ପାପା ରାଓ, ସମସ୍ତ କାଉନସିଲର ଏବଂ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସମ୍ବିତ ସଂଗ୍ରାମଜୀତ ସାହୁ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ l
ପରେ ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ମାନଙ୍କୁ ସାଇକେଲ ପ୍ରଦାନ କରାଯିବା ସହ ସମସ୍ତେ ସାଇକେଲ ଚଲ୍ଲାଇଥିଲେ l ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି । ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣମାନଙ୍କୁ ସାଇକେଲ ଦେଇଛନ୍ତି ବୋଲି ଛତ୍ରପୁର ବିଧାୟକ ଶ୍ରୀ ବେହେରା ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ଆୟୋଜିତ କାର୍ଯ୍ୟକ୍ରମ ରେ କହିଥିଲେ । ଏହି ଅବସର ରେ ଛତ୍ରପୁର ଏନଏସି ପକ୍ଷରୁ 49ଜଣଙ୍କୁ ସାଇକେଲ ବଣ୍ଟନ କରାଯାଇଥିଲା