ଭୁବନେଶ୍ୱର: ମେ ୨୯ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ । ସାମ୍ସ ପୋର୍ଟାଲ ଜରିଆରେ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ । ଜୁନ୍ ୨୦ ଆବଦେନ କରିବାର ଶେଷ ତାରିଖ । ଜୁନ୍ ୨୮ ତାରିଖରେ ପ୍ରକାଶ ପାଇବ ପ୍ରଥମ ମେରିଟ ଲିଷ୍ଟ । ସେହିପରି ୨୯ ଜୁନରୁ ୫ ଜୁଲାଇ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ୨୯ ଜୁଲାଇରୁ +୨ ପ୍ରଥମ ବର୍ଷ ପାଠ ପଢ଼ା ଆରମ୍ଭ ହେବ ବୋଲି ସୂଚନା ଜାରି ହୋଇଛି ।
ମେ ୧୮ ପ୍ରକାଶ ପାଇଥିଲା ମାଟ୍ରିକ୍ ରେଜଲ୍ଟ । ବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି । ଗତ ବର୍ଷ ତୁଳନାରେ ଏ ବର୍ଷ ପରୀକ୍ଷାଫଳ ଭଲ ହୋଇଛି । ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀମାନଙ୍କର ପାସ୍ ହାର ଅଧିକ ରହିଛି । ଚଳିତବର୍ଷ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ବେଳେ ୫ଲକ୍ଷ ୩୨ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।
ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ ରହିଥିଲା । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ପାସ୍ ହାର ରହିଥିଲା । ଏପଟେ ଛାତ୍ରଙ୍କ ପାସ୍ ହାର ଥିଲା ୯୫.୭୫ ପ୍ରତିଶତ । ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି । ତେବେ ପୂର୍ବ ଭଳି ଗୋଟେ ପେପରରେ ଫେଲ ହୋଇଥିବା ଛାତ୍ରଛାତ୍ରୀ ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ ।