ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ୬ ଗୁରୁତର

ଭଦ୍ରକ ୧୬ନଂ ଜାତୀୟ ରାଜପଥ ତ୍ରିଶଳପୁର ଛକ ନିକଟରେ କୁକୁଡ଼ା ଚିଆଁ ଟ୍ରକ ଦୁର୍ଘଟଣା। ଫଳରେ ଟ୍ରକରେ ଥିବା ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ଭୋରରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ତ୍ରୀଶଳପୁର ଛକ ନିକଟରେ ଦୁର୍ଘଟଣା ଘଟିଛି ।

ସୂଚନା ଅନୁସାରେ କୋଲକାତାରୁ ଟ୍ରକ କୁକୁଡ଼ା ନେବା ପାଇଁ ଆସିଥିବା ବେଳେ ତ୍ରିଶଳପୁର ଛକ ନିକଟରେ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଓଲଟି ପଡ଼ିଥିଲା l ଏହି ଦୁର୍ଘଟଣାରେ ଗାଡିରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ପଶ୍ଚିମବଙ୍ଗର ବୋଲି ଜଣା ପଡ଼ିଛି । ତେବେ ଡ୍ରାଇଭରଙ୍କର ଆଖି ଲାଗି ଯିବାରୁ ଟ୍ରକ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସମସ୍ତ ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ଭିତରୁ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଛି ।