ହୋଲି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଭେଟି: ୪% ବଢ଼ିଲା ମହଙ୍ଗା ଭତ୍ତା

ହୋଲି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । କେନ୍ଦ୍ର ସରକାରଙ୍କ ପରେ ବର୍ତ୍ତମାନ ରାଜ୍ୟ ସରକାର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଜାନୁୟାରୀ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଅର୍ଥାତ ଏପ୍ରିଲର ବର୍ଦ୍ଧିତ ଦରମା ସହିତ ରାଜ୍ୟ ସରକାରୀ କର୍ମଚାରୀମାନେ ଜାନୁଆରୀ ୨୦୨୪ରୁ ମାର୍ଚ୍ଚ ପର୍ଯ୍ୟନ୍ତ ୩ମାସର ବକେୟା ଟଙ୍କା ପାଇବେ।

ଏହା ସହିତ ପେନସନଭୋଗୀଙ୍କ ଟିଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ । ଏହାଦ୍ଵାରା ପ୍ରାୟ ୪.୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ପାଇବାପରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରିୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଥିଲେ ।

Back to top button